ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା; ରାଜ୍ୟରେ ୩ରୁ ୪ ସପ୍ତାହ ପରେ ବଢ଼ି ପାରେ କରୋନା ସଂକ୍ରମଣ!

କରୋନା ସଂକ୍ରମଣକୁ ନେଇ  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଆଗାମୀ ୩ରୁ ୪ ସପ୍ତାହ ପରେ ରାଜ୍ୟରେ ସଂକ୍ରମଣ ବଢିବ । ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଭିତିଭୂମି ପ୍ରସ୍ତୁତ କରାଯାଉଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Insight Bureau: ଦେଶରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଆଗାମୀ ୩ରୁ ୪ ସପ୍ତାହ ପରେ ରାଜ୍ୟରେ ସଂକ୍ରମଣ ବଢିବା ନେଇ ସମ୍ଭାବନା ରହିଛି ।

ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଭିତିଭୂମି ପ୍ରସ୍ତୁତ କରାଯାଉଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଆଗାମୀ କିଛି ସପ୍ତାହ ରାଜ୍ୟବାସୀଙ୍କ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଯଦି ରାଜ୍ୟରେ ସଂକ୍ରମଣ ବଢ଼େ, ତେବେ ରାଜ୍ୟର ହସ୍ପିଟାଲ ଗୁଡ଼ିକୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ପୁଣି ସମସ୍ତଙ୍କୁ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ।

ଏବେ ରାଜ୍ୟର ସବୁ ଜିଲ୍ଲାରେ କରୋନା ସ୍ଥିତି ଉପରେ କଡ଼ା ନଜର ରଖିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏବେ ଜିଲ୍ଲା ଗୁଡ଼ିକରେ ସଂକ୍ରମଣ ୧୦ରୁ ୨୦ ଭିତରେ ରହିଛି। ସକଂମ୍ରଣ ବଢ଼ିଲେ ହସ୍ପିଟାଲ ତୁରନ୍ତ ଖୋଲିବ ଏବଂ ଏବେ ଟିକାକରଣ ବଢ଼ାଯାଉଛି । ହେଲେ ସଂକ୍ରମଣ ରୋକିବାକୁ ସମସ୍ତଙ୍କୁ କଟକଣା ମାନିବାକୁ ପଡ଼ିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ଦେଶରେ ୪୬ ଦିନର ବ୍ୟବଧାନ ପରେ ପୁଣି ଦୈନିକ ସଂକ୍ରମଣ ହାର ୩ ହଜାର ଟପିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହୋଇଛି । କରୋନା ଜନିତ ମୃତ୍ୟୁ ହାର ବଢ଼ୁଥିବା ଦେଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଖୁବ୍‌ ଶୀଘ୍ର ସ୍ଥିତି ନିୟନ୍ତ୍ରଣ କରିବାକୁ ପଦକ୍ଷେପ ନେବା ପାଇଁ ପ୍ରସ୍ତୁତି କରାଯାଉଛି।

କେବଳ ଦିଲ୍ଲୀରେ ୫ ହଜାରରୁ ଅଧିକ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଯାହା ଆହୁରି ଚିନ୍ତା ବଢାଇଛି। ସୂଚନାଯୋଗ୍ୟ, ଦେଶରେ ପୁଣି ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଗତ୨୪ ଘଣ୍ଟା ମଧ୍ୟରେ  ୩୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ  ମଧ୍ୟ ସଂକ୍ରମଣ ବୃଦ୍ଧି ପାଉଛି ।

Bijay MahapatraCoronavirusCovid CasesCOVID-19IndiaOdishaOdisha Health Department