ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

Date:

ଇନ୍‌ସାଇଟ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜନସାଧାରଣଙ୍କୁ ସ୍ୱଚ୍ଛ , ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ  ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

- Advertisement -

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ  ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବେ  ବନ୍ଦ କରାଯାଇଛି। ଏପର୍ଯ୍ୟନ୍ତ ୧୪୦ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଛନ୍ତି ରାଜ୍ୟ ସରକାର ।

ବାଧ୍ୟତାମୂଳକ ଅବସର ପାଇଥିବା  ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ )  ଶ୍ରୀମତୀ ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି।

ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲ୍‌ଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ  ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଝାରସୁଗୁଡା ମ୍ୟୁନସିପାଲଟି  ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁଁ  ବାଧ୍ୟତାମୂଳକ ଅବସର ଦିଆଯାଇଛି । ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ୱ ନିରୀକ୍ଷକ ଶ୍ରୀ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁଁ  ଚାକିରୀରୁ ବହିଷ୍କୃତ କରାଯାଇଛି ।

ଉପରୋକ୍ତ ସମସ୍ତଙ୍କ  ସମ୍ପର୍କରେ ମୋ ସରକାର  ଫିଡବ୍ୟାକରେ ମଧ୍ୟ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍‌.ପି ଶ୍ରୀ ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏ.ଏଫ.ଓ ଶ୍ରୀ ଏପିଲି ଉଦୟନାଥଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେମାନଙ୍କ ନାମରେ ଥିବା  ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁଁ  ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...