ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

Date:

ଇନସାଇଟ ବ୍ୟୁରୋ: ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଏଥିରେ ଅନ୍ତର୍ଭୁକ୍ତ ରହିଛନ୍ତି । ଏ ପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କ ଉପରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ  ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସୂଚନାନୁଯାୟୀ, ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କର ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ତାଙ୍କ ଘରୁ ୪୧.୭୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଭୁବନେଶ୍ବର ବଡ଼ଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ମଧ୍ୟ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନ୍ୟପଟେ ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠି ଉନ୍ନୟନ ପ୍ରକଳ୍ପ ଅଧିକାରୀ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସନ୍ଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ଵରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି ।

ସେହିପରି  ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କୁ ମଧ୍ୟ ବରଖାସ୍ତ କରାଯାଇଛି। ଲାଞ୍ଚ ନେବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନ୍ୟପଟେ  କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

Share post:

Popular

More like this
Related

Dilip Ray’s Political Resurgence Signals New Momentum

TNI Bureau: The return of Dilip Ray to active...

Naveen Operates Without Pandian

TNI Bureau: Contrary to the hype, speculation, and rumours,...

Jaganath Sena says, Kohinoor diamond belongs to Lord Jaganath

Just after Queen Elizabeth II's death, there have been numerous rumors that the Centre is planning to bring back the Kohinoor diamond from London.

These Odisha Youths defied the odds to crack NEET

With the declaration of National Eligibility cum Entrance Test (NEET), many hopes have started blooming from the mud.