ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଇନସାଇଟ ବ୍ୟୁରୋ: ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଏଥିରେ ଅନ୍ତର୍ଭୁକ୍ତ ରହିଛନ୍ତି । ଏ ପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କ ଉପରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ  ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସୂଚନାନୁଯାୟୀ, ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କର ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ତାଙ୍କ ଘରୁ ୪୧.୭୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଭୁବନେଶ୍ବର ବଡ଼ଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ମଧ୍ୟ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Support Independent Journalism? Keep us live.

ଅନ୍ୟପଟେ ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠି ଉନ୍ନୟନ ପ୍ରକଳ୍ପ ଅଧିକାରୀ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସନ୍ଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ଵରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି ।

ସେହିପରି  ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କୁ ମଧ୍ୟ ବରଖାସ୍ତ କରାଯାଇଛି। ଲାଞ୍ଚ ନେବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନ୍ୟପଟେ  କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

Comments are closed.