ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ

Date:

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ଟି ICU ଓ ୧୬ଟି HDU ଶଯ୍ୟା ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାଦ୍ଦୀର କଳାହାଣ୍ଡି ବିଂଶ ଶତାଦ୍ଦୀର କଳାହାଣ୍ଡି ଠାରୁ ବହୁତ ଆଗକୁ ଯାଇପାରିଛି । ଗତ ଦୁଇ ଦଶକ ମଧ୍ୟରେ ବିକାଶର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି କରିଛି । ଏ ରୂପାନ୍ତର ବାସ୍ତବିକ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀଭାଇ, ଯୁବସମାଜ ଓ ମା ମାନଙ୍କ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି ।

କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ବିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା । ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏଭଳି ସଂକଟ ସମୟରେ ମାନବତାର ସେବା ପାଇଁ ସୁଯୋଗ ପାଇବା ଓଡିଶାବାସୀଙ୍କ ପାଇଁ ନିଶ୍ଚିତ ଭାବରେ ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଥିଲେ ।

Odisha CM dedicates 200-bedded COVID Hospital at Bhawanipatnaକୋଭିଡର ଦ୍ବିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଂଗନବାଡୀ କର୍ମୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ଯ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଶକ୍ତିମନ୍ତ୍ରୀ ଦିବ୍ୟଶଂକର ମିଶ୍ର କହିଥିଲେ ଯେ କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି। ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବଦ ଦେଇଥିଲେ  ।

Odisha CM dedicates 200-bedded COVID Hospital at Bhawanipatna1ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କଳାହାଣ୍ଡିର ବିକାଶ ଓ ଓଡିଶାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ସେ କହିଥିଲେ ଯେ କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି । ମୁଁ ତାଙ୍କୁ ଯେତେବେଳେ ଭେଟିଛି, ସେ ସବୁବେଳେ କଳାହାଣ୍ଡିର ବିକାଶ ସଂପର୍କରେ ମୋ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଲୋକଙ୍କ ଉନ୍ନତି ଓ ରାଜ୍ୟର ବିକାଶ କଥା ଚିନ୍ତା କରନ୍ତି। ବାତ୍ୟା ସମୟରେ ମୁଖ୍ୟମନ୍ତ୍ରୀ ଯେଉଁଭଳି ଭାବରେ ନେତୃତ୍ବ ନେଇ ମୁକାବିଲା କଲେ ଓ ଲୋକଙ୍କ ଜୀବନର ସୁରକ୍ଷା କଲେ, ତାହା ଆଜି ସମଗ୍ର ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଆମେ ଅନେକ ରାଜ୍ୟରେ କାମ କରୁଛୁ, କିନ୍ତୁ ଓଡିଶାରେ କାମ କରିବାର ଅଭିଜ୍ଞତା ମୋତେ ସବୁଠାରୁ ଭଲ ଅନୁଭବ ଦେଇଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବେଦାନ୍ତ ର CFO ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Share post:

Popular

More like this
Related

Dilip Ray’s Political Resurgence Signals New Momentum

TNI Bureau: The return of Dilip Ray to active...

Naveen Operates Without Pandian

TNI Bureau: Contrary to the hype, speculation, and rumours,...

Jaganath Sena says, Kohinoor diamond belongs to Lord Jaganath

Just after Queen Elizabeth II's death, there have been numerous rumors that the Centre is planning to bring back the Kohinoor diamond from London.

These Odisha Youths defied the odds to crack NEET

With the declaration of National Eligibility cum Entrance Test (NEET), many hopes have started blooming from the mud.