‘ମହୁରି ସମ୍ମାନ’ ପାଇବେ କବି ଡ. ଗାୟତ୍ରୀବାଳା ପଣ୍ଡା

‘ମହୁରି ସମ୍ମାନ’ ପାଇବେ କବି ଡ. ଗାୟତ୍ରୀବାଳା ପଣ୍ଡା

Date:

ଇନସାଇଟ ବ୍ୟୁରୋ: କବି ଡ. ଗାୟତ୍ରୀବାଳା  ପଣ୍ଡା ପାଇବେ ଚଳିତ ବର୍ଷର ସମ୍ମାନଜନକ ‘ମହୁରି ସମ୍ମ।ନ’ । ଓଡିଆ ସାହିତ୍ୟ ପତ୍ରିକା ପକ୍ଷରୁ ଡ।. ପଣ୍ଡାଙ୍କୁ ଚଳିତ ବର୍ଷର ଏହି ସମ୍ମ।ନ ପ୍ରଦାନ ନେଇ ଘୋଷଣା କରାଯାଇଛି । ଚଳିତବର୍ଷ ଡ. ପଣ୍ଡାଙ୍କ ନାମ ଚୟନ କମିଟି ସୁପାରିଶ କରିଛି ।  ଆସନ୍ତା ଜାନୁଆରୀ-୨୦୨୨ରେ ମହୁରି ମହୋତ୍ସବ-୨୦୨୧ରେ ତାଙ୍କୁ ସମ୍ମାନିତ କରାଯିବ ବୋଲି ମୁଖ୍ୟ ସଂପାଦକ ଡ. ଭବାନୀଶଙ୍କର ନିଆଲ ଘୋଷଣା କରି କହିଛନ୍ତି  ।

ଜଗତସିଂହପୁର ଜିଲ୍ଲାର ସାଦେଇପୁର ଠାରେ ୧୯୭୭ ରେ ଜନ୍ମ ହୋଇଥିବା କବି କବି ଡ. ଗାୟତ୍ରୀବାଳା  ପଣ୍ଡା ଛାତ୍ରୀ ଜୀବନରୁ ସାହିତ୍ୟ ସାଧନାରେ ରତ ଅଛନ୍ତି ।  କବିତା , ଗଳ୍ପ , ପ୍ରବନ୍ଧ , ଉପନ୍ୟାସ ରଚନା କରିବା ସହିତ ସାଂପ୍ରତିକ ପ୍ରସଙ୍ଗ ଭିତ୍ତିକ ଫିଚର ରଚନା କରନ୍ତି । ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନରେ ପିଏଚଡି ହାସଲ କରିଥିବା ଡ. ପଣ୍ଡା  ସାମ୍ବାଦିକତାକୁ ନିଜର ବୃତ୍ତିଭାବରେ ଗ୍ରହଣ କରିଛନ୍ତି । ଏଯାବତ୍ ତାଙ୍କର ୧୧ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ଖଣ୍ଡିଏ ପ୍ରବନ୍ଧ ପୁସ୍ତକ, ୨ଟି ଉପନ୍ୟାସ ପ୍ରକାଶ ପାଇଛି । ହିନ୍ଦୀରେ ଅନୁବାଦ ହୋଇଥିବା ୪ଟି ଓ ଇଂରାଜୀରେ ଅନୁବାଦ ହୋଇଥିବା ଖଣ୍ଡିଏ କବିତା ସଂକଳନ ମଧ୍ୟ ପ୍ରକାଶ ପାଇଛି । ୨୦୧୧ ରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇବା ସହିତ ଶ୍ରୀମତୀ ପଣ୍ଡା ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ୨୦୧୫ରେ ଅତିଥି ଲେଖକ ଭାବରେ ରାଷ୍ଟ୍ରପତି ଭବନରେ ୧୭ ଦିନ ଅବସ୍ଥାନ କରିଥିଲେ। ଏହି ସମ୍ମାନ ପାଇବାରେ ସେ ପ୍ରଥମ ଓ ଏକମାତ୍ର ଓଡିଆ ।

ଗତ ୨୦୦୮ରୁ ନିୟମିତ ପ୍ରକାଶ ପାଇଆସୁଥିବା ଷାଣ୍ମାସିକ ସାହିତ୍ୟ ପତ୍ରିକା ‘ମହୁରି’ ପକ୍ଷରୁ ବିଗତ ବର୍ଷରେ ଲେଖକ ବିଷ୍ଣୁପଦ ସେଠୀ, ଗାଳ୍ପିକ ଓ ଔପନ୍ୟାସିକ ସତ୍ୟପ୍ରିୟ ମହାଳିକ, କବି ସୁଚେତା ମିଶ୍ର, ଗଦ୍ୟ ସାହିତ୍ୟର ବିଶିଷ୍ଟ ବିନ୍ଧାଣୀ ପ୍ରଫେସର ଆଦିକନ୍ଦ ସାହୁ, ପ୍ରାବନ୍ଧିକ ଚନ୍ଦ୍ରଶେଖର ହୋତା, କବି ଡ଼. ସୁରେଶ ନାୟକ ଓ କବି ଲକ୍ଷ୍ମୀନାରାୟଣ ହୋତା ଏହି ସମ୍ମାନରେ ସମ୍ମାନିତ ହୋଇସାରିଛନ୍ତି ।

ଗାୟତ୍ରୀବାଳା  ପଣ୍ଡାଙ୍କ କବିତାରେ ଥିବା ପ୍ରଖର ଓ ପ୍ରାସଙ୍ଗିକ ବାମାଵାଦୀ ସ୍ବର ନିମନ୍ତେ ଚଳିତବର୍ଷ ତାଙ୍କୁ ସମ୍ମାନଜନକ ‘ମହୁରି ସମ୍ମାନ’ ପ୍ରଦାନ କରାଯାଉଛି ।

Share post:

Popular

More like this
Related

Dilip Ray’s Political Resurgence Signals New Momentum

TNI Bureau: The return of Dilip Ray to active...

Naveen Operates Without Pandian

TNI Bureau: Contrary to the hype, speculation, and rumours,...

Jaganath Sena says, Kohinoor diamond belongs to Lord Jaganath

Just after Queen Elizabeth II's death, there have been numerous rumors that the Centre is planning to bring back the Kohinoor diamond from London.

These Odisha Youths defied the odds to crack NEET

With the declaration of National Eligibility cum Entrance Test (NEET), many hopes have started blooming from the mud.