କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ଖର୍ଚ୍ଚ ହେବ ୭୦ କୋଟି ଟଙ୍କା

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ଖର୍ଚ୍ଚ ହେବ ୭୦ କୋଟି ଟଙ୍କା

Date:

Insight Bureau: କଟକର ଅଧିଷ୍ଠାତ୍ରୀ ଦେବୀ ମାଁ କଟକ ଚଣ୍ଡୀ ଯାହାକି ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ । ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। ରାଜ୍ୟ ସରକାରଙ୍କ ଯୋଜନା ରହିଛି ମନ୍ଦିରର ଉନ୍ନତିକରଣ ଏକ ବର୍ଷରେ ଶେଷ ହେବ  ।

୫ ଟି ଇନିସିଏଟିଭ ଅଧୀନରେ integrated development of heritage, monuments and tourist destination ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି । କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିରର କୟାକଳ୍ପ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସହଯୋଗ କାମନା କରିଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏ ଯୋଜନା ଵିଷୟରେ ଏକ ଉପସ୍ଥାପନା କରାଯାଇଥିଲା  । ଓବିସିସି ଦ୍ୱାରା ପ୍ରସ୍ତୁତ ଏହି ଯୋଜନାରେ ମନ୍ଦିର ପରିସରକୁ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି  ମଧ୍ୟ ଲଗାଯିବ । ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌,  କ୍ଲକ ରୁମ , ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ ମଧ୍ୟ କରାଯିବ । ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ ଲେଣ୍ଡସ୍କେପିଙ୍ଗ ମଧ୍ୟ ବିକାଶ କରାଯିବ । ଓବିସିସି ଜରିଆରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି । ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତା ଉପରେ ଅଧିକ ଗୁରୁତ୍ବ ଦିଆଯିବ । ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ଏଥିରେ  ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି)  ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ   । ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ ଗଣ ଓ ଆରଡ଼ିସି ,କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ  ।

Share post:

Popular

More like this
Related

Dilip Ray’s Political Resurgence Signals New Momentum

TNI Bureau: The return of Dilip Ray to active...

Naveen Operates Without Pandian

TNI Bureau: Contrary to the hype, speculation, and rumours,...

Jaganath Sena says, Kohinoor diamond belongs to Lord Jaganath

Just after Queen Elizabeth II's death, there have been numerous rumors that the Centre is planning to bring back the Kohinoor diamond from London.

These Odisha Youths defied the odds to crack NEET

With the declaration of National Eligibility cum Entrance Test (NEET), many hopes have started blooming from the mud.