ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କରିବ ଚଷା ପୁଅ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କରିବ ଚଷା ପୁଅ

Date:

Insight Bureau: ଆଜି ପବିତ୍ର ଅକ୍ଷୟ ତୃତୀୟା । ଅଖିମୁଠି ଅନୁକୂଳ କରିବ ଚଷା ପୁଅ । ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ। ଆଜିର ଦିନରେ ଚାଷୀ ଭାଇ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ। କୃଷକମାନେ ବଡ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାକୁ ପାଳନ କରିଥାନ୍ତି। ଚାଷୀ ଭାଇ, କ୍ଷେତର ଐଶାନ୍ୟ କୋଣରେ ନୈବେଦ୍ୟ ଦେଇ ମୁଠାମୁଠା ବିହନ ବୁଣିଥାଏ। ଏହାକୁ ଅକ୍ଷିମୁଠି କହନ୍ତି । ଓଡିଶାର ପାରମ୍ପରିକ ପରିବେଶରେ ଅକ୍ଷୟ ତୃତୀୟାର ମହାତ୍ମ୍ୟ ରହିଛି । ଆଜିର ଦିନରେ ଯେଉଁ କାର୍ଯ୍ୟ ଆରମ୍ଭ କଲେ ତାହା ସୁରୁଖୁରୁରେ ହୋଇଥାଏ ବୋଲି ବିଶ୍ବାସ ରହିଛି । ବିଶେଷ କରି ଏହି ଦିନ କୃଷକଙ୍କ ପାଇଁ ବେଶ୍ ଗୁରୁତ୍ବ ବହନ କରେ ।

- Advertisement -

ଏପଟେ ଅକ୍ଷୟ ତୃତୀୟା ସହିତ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ ହେବ । ମହାପ୍ରଭୁଙ୍କ ଠାରୁ ରଥ ନିର୍ମାଣ ନେଇ ଆଜ୍ଞା ମାଳ ଆସିବା ପରେ ରଥ ଖଳାରେ ମହାରଣାମାନେ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରିଥାନ୍ତି  । ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା ମଧ୍ୟ ଆରମ୍ଭ ।  ଆଜିଠୁ ୨୧ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ । ଚନ୍ଦନଯାତ୍ରା ଉପଲକ୍ଷେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ-କୃଷ୍ଣଙ୍କ ସମେତ ପଞ୍ଚ ମହାଦେବ ଜମ୍ବେଶ୍ବର, ଲୋକନାଥ, କପାଳମୋଚନ, ମାର୍କଣ୍ଡେଶ୍ବର ଓ ନୀଳକଣ୍ଠେଶ୍ବର ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ଡ ଦେଇ ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିବେ ।

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...