ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା

Date:

Insight Bureau:   ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି । ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି ।

- Advertisement -

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ । ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି ।

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି smart card ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ । ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା ।

Share post:

Popular

More like this
Related

Supreme Court Directs Release of Dara Singh by August 15

TNI Bureau: The Supreme Court has directed the release...

TNI Morning News Headlines – July 14, 2026

📌The sacred 'Naba Jaubana Darshan' of Lord Jagannath, Lord...

Ganjam on High Alert Amid Rise in COVID-19 Cases in Andhra Pradesh

TNI Bureau: Ganjam has been placed on high alert...

Odisha Govt approves ₹74.78 Crore Package for Kendu Leaf Workers

TNI Bureau: The Odisha government has approved a ₹74.78...