ଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜୁ ଜନତା ଦଳ

ରାଜ୍ୟର ମା’ ଏବଂ ଭଉଣୀମାନଙ୍କ ପାଇଁ ସର୍ବଦା କାମ କରୁଥିବା ବିଜୁ ଜନତା ଦଳ ତୁରନ୍ତ ଏଲ୍‍ପିଜି ଗ୍ୟାସ ଦର ହ୍ରାସ ପାଇଁ ଦାବି କରି ଆସୁଛି ।

ରନ୍ଧନ ଗ୍ୟାସ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନିରବ ରହୁଛନ୍ତି ତାହାର ପ୍ରତିବାଦରେ ଆସନ୍ତାକାଲି ପୂର୍ବାହ୍ନ ୧୦ ଘଟିକା ସମୟରେ ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯିବ ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।

ଶଙ୍ଖ ଭବନରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ରନ୍ଧନ ଗ୍ୟାସର ଦରବୃଦ୍ଧି ଯୋଗୁଁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧୩୦ ଟଙ୍କାରେ ପହଞ୍ଚିଛି । ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଫଳରେ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି ।

ରାଜ୍ୟର ମା’ ଏବଂ ଭଉଣୀମାନଙ୍କ ପାଇଁ ସର୍ବଦା କାମ କରୁଥିବା ବିଜୁ ଜନତା ଦଳ ତୁରନ୍ତ ଏଲ୍‍ପିଜି ଗ୍ୟାସ ଦର ହ୍ରାସ ପାଇଁ ଦାବି କରି ଆସୁଛି । ହେଲେ କେନ୍ଦ୍ର ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି । ଏଭଳି ଦରବୃଦ୍ଧି ତୁରନ୍ତ ପ୍ରତ୍ୟାହାର ଦାବିରେ ବିଜେଡି ପକ୍ଷରୁ ଆସନ୍ତାକାଲି ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଯଦି କେନ୍ଦ୍ର ସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁ ଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁ ସ୍ତରରେ କରିବ ବୋଲି ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।

BJDgas price hikeOdisha