ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର କାର୍ଯ୍ୟାନୁଷ୍ଠାନ

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର କାର୍ଯ୍ୟାନୁଷ୍ଠାନ

Date:

ଇନସାଇଟ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ଗୁରୁତ୍ବ ଦେଇଆସିଛନ୍ତି। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି।

- Advertisement -

ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଶ୍ରୀ ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶ୍ରୀ ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ ମଧ୍ୟ ରହିଛି।

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଶ୍ରୀ ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ  ତେଣୁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା। ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...