ଆଜିଠୁ ସାଧାରଣ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର

ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ମଧ୍ୟ ଶ୍ରୀମନ୍ଦିରରେ ପ୍ରବେଶର ସୁଯୋଗ ପାଇଛନ୍ତି ଭକ୍ତ ।

Insight Bureau: ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ମଧ୍ୟ ଶ୍ରୀମନ୍ଦିରରେ ପ୍ରବେଶର ସୁଯୋଗ ପାଇଛନ୍ତି ଭକ୍ତ । ସେହିପରି ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଆଗାମୀ ୩ ତାରିଖ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶ୍ରୀଜିଉଙ୍କ ଚନ୍ଦନଯାତ୍ରା ଓ ରଥ ନିର୍ମାଣର ଶୁଭାରମ୍ଭ ହେବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ପାଇଁ ଆହୁରି ସହଜ ହୋଇଛି ଦର୍ଶନ ବ୍ୟବସ୍ଥା । ବଡ଼ଦାଣ୍ଡରୁ ବ୍ୟାରିକେଡ୍ ହଟାଇ ନିଆଯିବାରୁ ଶ୍ରୀମନ୍ଦିର ପ୍ରଶାସନଏହି ପଦକ୍ଷେପ ନେଇଛି ।

ସୂଚନାଥାଉ କି, କରୋନାର ତୃତୀୟ ଲହରରେ ସଂକ୍ରମଣ ବ୍ୟାପିବାରୁ ଜାନୁଆରୀ ୧୦ରୁ ଶ୍ରୀମନ୍ଦିର ଭକ୍ତଙ୍କ ଲାଗି ବନ୍ଦ ରହିଥିଲା। ତେବେ ସ୍ଥିତିରେ ସୁଧାର ଆସିଥିବାରୁ ଛତିଶା ନିଯୋଗ ବୈଠକର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୧ରୁ ଭକ୍ତଙ୍କ ପାଇଁ ଖୋଲିଥିଲା ଶ୍ରୀମନ୍ଦିର । ସେହି ସମୟରେ ଭକ୍ତଙ୍କ ଲାଗି ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଥିଲା । ଏବେ ପଶ୍ଚିମ ଦ୍ବାର ଭକ୍ତଙ୍କ ପାଇଁ ଖୋଲିବା ପରେ ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।

Jagannath TempleOdishaPaschima DwaraPuriShrimandir