‘ମହୁରି ସମ୍ମାନ’ ପାଇବେ କବି ଡ. ଗାୟତ୍ରୀବାଳା ପଣ୍ଡା

କବି ଡ. ଗାୟତ୍ରୀବାଳା  ପଣ୍ଡା ପାଇବେ ସମ୍ମାନଜନକ ‘ମହୁରି ସମ୍ମ।ନ’

ଇନସାଇଟ ବ୍ୟୁରୋ: କବି ଡ. ଗାୟତ୍ରୀବାଳା  ପଣ୍ଡା ପାଇବେ ଚଳିତ ବର୍ଷର ସମ୍ମାନଜନକ ‘ମହୁରି ସମ୍ମ।ନ’ । ଓଡିଆ ସାହିତ୍ୟ ପତ୍ରିକା ପକ୍ଷରୁ ଡ।. ପଣ୍ଡାଙ୍କୁ ଚଳିତ ବର୍ଷର ଏହି ସମ୍ମ।ନ ପ୍ରଦାନ ନେଇ ଘୋଷଣା କରାଯାଇଛି । ଚଳିତବର୍ଷ ଡ. ପଣ୍ଡାଙ୍କ ନାମ ଚୟନ କମିଟି ସୁପାରିଶ କରିଛି ।  ଆସନ୍ତା ଜାନୁଆରୀ-୨୦୨୨ରେ ମହୁରି ମହୋତ୍ସବ-୨୦୨୧ରେ ତାଙ୍କୁ ସମ୍ମାନିତ କରାଯିବ ବୋଲି ମୁଖ୍ୟ ସଂପାଦକ ଡ. ଭବାନୀଶଙ୍କର ନିଆଲ ଘୋଷଣା କରି କହିଛନ୍ତି  ।

ଜଗତସିଂହପୁର ଜିଲ୍ଲାର ସାଦେଇପୁର ଠାରେ ୧୯୭୭ ରେ ଜନ୍ମ ହୋଇଥିବା କବି କବି ଡ. ଗାୟତ୍ରୀବାଳା  ପଣ୍ଡା ଛାତ୍ରୀ ଜୀବନରୁ ସାହିତ୍ୟ ସାଧନାରେ ରତ ଅଛନ୍ତି ।  କବିତା , ଗଳ୍ପ , ପ୍ରବନ୍ଧ , ଉପନ୍ୟାସ ରଚନା କରିବା ସହିତ ସାଂପ୍ରତିକ ପ୍ରସଙ୍ଗ ଭିତ୍ତିକ ଫିଚର ରଚନା କରନ୍ତି । ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନରେ ପିଏଚଡି ହାସଲ କରିଥିବା ଡ. ପଣ୍ଡା  ସାମ୍ବାଦିକତାକୁ ନିଜର ବୃତ୍ତିଭାବରେ ଗ୍ରହଣ କରିଛନ୍ତି । ଏଯାବତ୍ ତାଙ୍କର ୧୧ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ଖଣ୍ଡିଏ ପ୍ରବନ୍ଧ ପୁସ୍ତକ, ୨ଟି ଉପନ୍ୟାସ ପ୍ରକାଶ ପାଇଛି । ହିନ୍ଦୀରେ ଅନୁବାଦ ହୋଇଥିବା ୪ଟି ଓ ଇଂରାଜୀରେ ଅନୁବାଦ ହୋଇଥିବା ଖଣ୍ଡିଏ କବିତା ସଂକଳନ ମଧ୍ୟ ପ୍ରକାଶ ପାଇଛି । ୨୦୧୧ ରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇବା ସହିତ ଶ୍ରୀମତୀ ପଣ୍ଡା ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ୨୦୧୫ରେ ଅତିଥି ଲେଖକ ଭାବରେ ରାଷ୍ଟ୍ରପତି ଭବନରେ ୧୭ ଦିନ ଅବସ୍ଥାନ କରିଥିଲେ। ଏହି ସମ୍ମାନ ପାଇବାରେ ସେ ପ୍ରଥମ ଓ ଏକମାତ୍ର ଓଡିଆ ।

Support Independent Journalism? Keep us live.

ଗତ ୨୦୦୮ରୁ ନିୟମିତ ପ୍ରକାଶ ପାଇଆସୁଥିବା ଷାଣ୍ମାସିକ ସାହିତ୍ୟ ପତ୍ରିକା ‘ମହୁରି’ ପକ୍ଷରୁ ବିଗତ ବର୍ଷରେ ଲେଖକ ବିଷ୍ଣୁପଦ ସେଠୀ, ଗାଳ୍ପିକ ଓ ଔପନ୍ୟାସିକ ସତ୍ୟପ୍ରିୟ ମହାଳିକ, କବି ସୁଚେତା ମିଶ୍ର, ଗଦ୍ୟ ସାହିତ୍ୟର ବିଶିଷ୍ଟ ବିନ୍ଧାଣୀ ପ୍ରଫେସର ଆଦିକନ୍ଦ ସାହୁ, ପ୍ରାବନ୍ଧିକ ଚନ୍ଦ୍ରଶେଖର ହୋତା, କବି ଡ଼. ସୁରେଶ ନାୟକ ଓ କବି ଲକ୍ଷ୍ମୀନାରାୟଣ ହୋତା ଏହି ସମ୍ମାନରେ ସମ୍ମାନିତ ହୋଇସାରିଛନ୍ତି ।

ଗାୟତ୍ରୀବାଳା  ପଣ୍ଡାଙ୍କ କବିତାରେ ଥିବା ପ୍ରଖର ଓ ପ୍ରାସଙ୍ଗିକ ବାମାଵାଦୀ ସ୍ବର ନିମନ୍ତେ ଚଳିତବର୍ଷ ତାଙ୍କୁ ସମ୍ମାନଜନକ ‘ମହୁରି ସମ୍ମାନ’ ପ୍ରଦାନ କରାଯାଉଛି ।

Comments are closed.