ମୋ ସରକାରକୁ ପରବର୍ତ୍ତୀ ସ୍ତରକୁ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ମୋ ସରକାରକୁ ପରବର୍ତ୍ତୀ ସ୍ତରକୁ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

Date:

ଇନସାଇଟ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି। ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି। ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଥିଲେ।

- Advertisement -

ମୁଖ୍ୟମନ୍ତ୍ରୀ କହିଥିଲେ ,ଯେ ରାଜ୍ୟ ସରକାରଙ୍କ ପ୍ରଶାସନ ୫-ଟି ନୀତି ଦ୍ବାରା ପରିଚାଳିତ ଏବଂ ଏହାଦ୍ବାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ। ବିଭିନ୍ନ କ୍ଷେତ୍ରରେ ଓଡିଶା ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ବର ନଜରକୁ ଆସିପାରିଛି। ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି। ମୋ ସରକାର କାର୍ଯ୍ୟକ୍ରମରେ ଟେକ୍‌ନୋଲୋଜି ସହାୟତାରେ ଆମେ ଲୋକଙ୍କ ଠାରୁ ସିଧାସଳଖ ଫିଡବ୍ୟାକ ନେଇପାରୁଛୁ। ମୋ ସରକାର ଏକ ଭାଗିଦାରୀଭିତ୍ତିକ ଗଣତନ୍ତ୍ରର ସ୍ତମ୍ଭକୁ ସୁଦୃଢ କରେ ଏବଂ ଏହାଦ୍ବାରା ଓଡିଶାରେ ଆମେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ଲୋକଙ୍କୁ ନ୍ୟାୟ ଦେବାରେ ସାହାଯ୍ୟ କରିବା ସହିତ ଜନସାଧାରଣଙ୍କ ବିଶ୍ବାସକୁ ଭିତ୍ତିକରି ସବୁସ୍ତରରେ ବିଭିନ୍ନ ପ୍ରଶାସନିକ ସଂସ୍ଥା ଗୁଡିକୁ ଅଧିକ ଦକ୍ଷ, ଉତ୍ତରଦାୟୀ ଓ ସର୍ବଜନ ହିତକାରୀ କରିବାରେ ସହାୟକ ହେବ।ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥାହୋଇ ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ। ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଯେଉଁ ବିଭାଗ ଗୁଡିକର ଫିଡବ୍ୟାକ ସନ୍ତୋଷ ଜନକ ନୁହେଁ ସେ ବିଭାଗ ଗୁଡିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଙ୍କୁ ନିର୍ଦ୍ଦେଶ ଦେଇଥିଲେ।ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଲେ ଯେ ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ। ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ଏବଂ ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ। ଇଲୋକ୍ଟ୍ରୋନିକ୍‌ସ ଓ ଆଇ.ଟି ସଚିବ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖି କହିଲେ ଯେ ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି। ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ। ଏହି କାର୍ଯ୍ୟକ୍ରମରେ ଦ୍ବାରା ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ମଧ୍ୟ ଉପସ୍ଥିତ ଥିଲେ।

Naveen Patnaik 5T Review Mo Sarkar

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...