ବାତ୍ୟା ‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଓଡ଼ିଶା ସରକାର ଙ୍କ ପ୍ୟାକେଜ୍‌ ଘୋଷଣା

ବାତ୍ୟା ‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଓଡ଼ିଶା ସରକାର ଙ୍କ ପ୍ୟାକେଜ୍‌ ଘୋଷଣା

Date:

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

କୃଷିକ୍ଷେତ୍ର –
• ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀ ଙ୍କୁ ହେକ୍ଟର ର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮,୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ। କେବଳ ପ୍ରକୃତ ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ।
• ସବୁଦିନିଆ ଫସଲ ପାଇଁ ଚାଷୀ ମାନଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ।
• ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ବିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ। ଏହି ରିହାତି ସିଧାସଳଖ DBT ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ।
• ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ଏକ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ।
• ଖରିଫ ଋତୁରେ ଧାନ,ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।
• ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ।
• ୬୦,୦୦୦ ହେକ୍ଟର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ।
• ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି DBT ଜରିଆଇ ଦିଆଯିବ।
• ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍‌ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ। ପମ୍ପସେଟ୍‌ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫,୦୦୦ ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ।
• ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ଏପରି ଜମିର ପୋଷକତତ୍ତ୍ବର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ (Nutrient Management & Soil Ameliorants) ହେକ୍ଟର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ। ସମୁଦାୟ ୧୦ ହଜାର ହେକ୍ଟର ଜମି ପାଇଁ ସହାୟତା ପ୍ରଦାନ କରାଯିବ।
• ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫,୦୦୦ ଟଙ୍କା ପ୍ରୋତ୍ସାହନ ରାଶି DBT ଜରିଆରେ ଦିଆଯିବ।
• ୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍‌କୁ ୪୦,୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟର ପୁନରୁଦ୍ଧାର କରିପାରିବେ । ଏହି ସହାୟତା ଚାଷୀର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପ୍ରଦାନ କରାଯିବ ।
• କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀ ମାନଙ୍କୁ କିଟ୍‌ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ।
• ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀ ମାନଙ୍କର ଦାବୀ ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ବରାନ୍ବିତ ଭାବରେ ପ୍ରସ୍ତତ କରିବା ପାଇଁ ପଦକ୍ଷେପ ନିଆଯିବ।
• କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ବଳ୍ପ ମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ।

ପଶୁସଂପଦ ବିକାଶ କ୍ଷେତ୍ର –
• ବାତ୍ୟାରେ ଦୁଧିଆଳୀ ଗାଇ, ମଇଁଷି. ଛେଳି, ମେଣ୍ଢା ଓ କୁକୁଡା ହରାଇଥିବା ଚାଷୀ ମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ। ଦୁଧିଆଳୀ ଗାଇ ଓ ମଇଁଷି ପାଇଁ ୩୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିବା ବେଳେ, ଖୀର ଦେଉ ନଥିବା ପ୍ରାଣୀ ମାନଙ୍କ ପାଇଁ ୨୫,୦୦୦ ଟଙ୍କା ସହାୟତା (ସର୍ବାଧିକ ୩ଟି ପାଇଁ) ଦିଆଯିବ । ସେହିପରି ସର୍ବାଧିକ ୬ଟି ବାଛୁରୀ ପାଇଁ – ପ୍ରତି ବାଛୁରୀ ପାଇଁ ୧୬,୦୦୦ ଟଙ୍କା, ୩୦ଟି ଛେଳି/ମେଣ୍ଢା ପର୍ଯ୍ୟନ୍ତ ୩୦୦୦ ଟଙ୍କା ଏବଂ ପ୍ରତି କୁକୁଡା ପିଚ୍ଛା ୫୦ ଟଙ୍କା ଲେଖାଏ, ସର୍ବାଧିକ ୫୦୦୦ ଟଙ୍କା ଲେଖାଏ ପ୍ରତି କ୍ଷତିଗ୍ରସ୍ତ ଚାଷୀଙ୍କୁ ଦିଆଯିବ।
• ବାତ୍ୟାରେ ଭାଙ୍ଗି ଯାଇଥିବା ଗୁହାଳର ପୁନନିର୍ମାଣ ପାଇଁ ୨୧୦୦ ଟଙ୍କା ସହାୟତା ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟ ଚାଷୀଙ୍କୁ ସେମାନଙ୍କର ଆଂଶିକ ଭାବରେ ଭାଙ୍ଗିଥିବା ଡଙ୍ଗାର ମରାମତି ପାଇଁ ୪୧୦୦ ଟଙ୍କା ଲେଖାଏ, ଆଂଶିକ ଭାବରେ କ୍ଷତିଗ୍ରସ୍ତ ମାଛଧରା ଜାଲ ମରାମତି ପାଇଁ ୨୧୦୦ ଟଙ୍କା ଲେଖାଏ, ପୁରା ଭାଙ୍ଗିଯାଇଥିବା ଡଙ୍ଗା ନିର୍ମାଣ ପାଇଁ ୯୬୦୦ ଟଙ୍କା ଲେଖାଏ ଏବଂ ପୁରା ନଷ୍ଟ ହୋଇଯାଇଥିବା ମାଛଧରା ଜାଲ କ୍ଷେତ୍ରରେ ୨୬୦୦ ଟଙ୍କା ସହାୟତା ପ୍ରଦାନ କରାଯିବ।
• ବାତ୍ୟାରେ ପଟୁ ମାଟି ମାଡି ଯାଇଥିବା ମାଛ ଚାଷ ଫାର୍ମ/ ମାଛ ବିହନ ଫାର୍ମର ପୁନରୁଦ୍ଧାର ପାଇଁ ହେକ୍ଟର ପିଚ୍ଛା ୧୨,୨୦୦ ଟଙ୍କା ଏବଂ କ୍ଷତିଗ୍ରସ୍ତ ମାଛ ବିହନ ଫାର୍ମ ପାଇଁ ହେକ୍ଟର ପିଚ୍ଛା ୮୨୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଭାବରେ ଯୋଗାଇ ଦିଆଯିବ।
• ବାତ୍ୟାରେ ମଧ୍ୟ ଅନେକ ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗର କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ କ୍ଷତିଗ୍ରସ୍ତ କାରିଗର ମାନଙ୍କୁ ସେମାନଙ୍କର ଉପକରଣ ପାଇଁ ୪୧୦୦ ଟଙ୍କା ଲେଖାଏ ଏବଂ ନଷ୍ଟ ହୋଇଥିବା କଂଚା ମାଲ ତଥା ତିଆରି ହୋଇଥିବା ଜିନିଷ ପାଇଁ ପ୍ରତି କାରିଗରଙ୍କୁ ୪୧୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।1
• ଏରି, ମଲବେରୀ ଓ ଟସର ଚାଷୀ ମାନଙ୍କ ପାଇଁ ଇନ୍‌ପୁଟ ସବ୍‌ସିଡି ଭାବରେ ହେକ୍ଟର ପିଚ୍ଛା ୪୮୦୦ ଟଙ୍କା ଏବଂ ମୁଗା ଚାଷୀଙ୍କ ପାଇଁ ହେକ୍ଟର ପିଚ୍ଛା ୬୦୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ।
• କ୍ଷତିଗ୍ରସ୍ତ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ MGNREGS ଯୋଜନାରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ । ଏଥିରେ ଗ୍ରାମ ପଂଚାୟତ ରାସ୍ତା, ଖେଳ ପଡିଆ, କେନାଲ, ମାଟିବନ୍ଧ ଆଦିର ମରାମତି ଓ ରକ୍ଷଣାବେକ୍ଷଣ ସହିତ ଗାଇଗୁହାଳ, ଛେଳି ଗୁହାଳ ଓ ଗୋଖାଦ୍ୟ ଚାଷ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ।

ଯୋଗ୍ୟ ହିତାଧିକାରୀଙ୍କୁ SDRF/NDRF ନିୟମ ଅନୁଯାୟୀ ଗୃହ ନିର୍ମାଣ ଓ ଅନ୍ୟ ସହାୟତା ପ୍ରଦାନ କରାଯିବ।

Share post:

Popular

More like this
Related

Dilip Ray’s Political Resurgence Signals New Momentum

TNI Bureau: The return of Dilip Ray to active...

Naveen Operates Without Pandian

TNI Bureau: Contrary to the hype, speculation, and rumours,...

Jaganath Sena says, Kohinoor diamond belongs to Lord Jaganath

Just after Queen Elizabeth II's death, there have been numerous rumors that the Centre is planning to bring back the Kohinoor diamond from London.

These Odisha Youths defied the odds to crack NEET

With the declaration of National Eligibility cum Entrance Test (NEET), many hopes have started blooming from the mud.