ଓୟୁଟିଆରର ମାଷ୍ଟରପ୍ଲାନକୁ ନବୀନଙ୍କ ମଞ୍ଜୁରୀ; ତିନି ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା

ଓୟୁଟିଆରର ମାଷ୍ଟରପ୍ଲାନକୁ ନବୀନଙ୍କ ମଞ୍ଜୁରୀ; ତିନି ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା

Date:

Insight Bureau: ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟର ନବକଳେବର ହେବାକୁ ଯାଉଛି  । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଭାବେ ପରିଚିତ ଥିଲା । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା ।

- Advertisement -

କେବଳ ପ୍ରଥମ ବର୍ଷରେ ବିନିଯୋଗ କରାଯିବ  ୧୦୦୦ କୋଟି ଟଙ୍କା ।  ଆଇ.ଆଇ.ଏମ , ଆଇ.ଆଇ.ଟି  ଓ ଏନ.ଆଇ.ଟି  ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ଭଳି ଏହାର ବିକାଶ କରାଯାଇପାରିବ । ଆଜି ଏହାର ବିକାଶ ସଂପର୍କିତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ବର୍ତ୍ତମାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟରେ ୪୬୦୦ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢ଼ିବାର ସୁଯୋଗ ପାଇବେ, ତାହାକୁ ଦୃଷ୍ଟିରେ ରଖି ଏହାକୁ ଆଇ.ଆଇ.ଟି  ଢ଼ାଞ୍ଚାରେ ବିକାଶ କରାଯିବ । ଆଜି ଏ ନେଇ ମୁଖ୍ୟମନ୍ତ୍ରୀ ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଶିକ୍ଷା ଓ ଗବେଷଣାର ଗୁଣାତ୍ମକମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ସହ ନିଉ ଏଜ୍ ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଣ୍ଟର୍ ଅଫ୍ ଏକ୍ସଲେନ୍ସ ମଧ୍ୟ ପ୍ରତିଷ୍ଠା କରାଯିବ। ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଷ୍ଟାର୍ଟ ଅପକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନକ୍ୟୁବେସନ୍ ସେଣ୍ଟରର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟରେ ନୂଆ ଗବେଷଣା ସହିତ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ। ସୂଚନାଯୋଗ୍ୟ ଯେ,  ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ, ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ସୂଚନାଯୋଗ୍ୟ ଯେ ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧୀନରେ ସିଇଟି ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟମ୍ପସକୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ଯାହାକି ନାକ୍ ଦ୍ବାରା ଏ ଗ୍ରେଡ୍ ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡ଼ିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଏହାର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ବୈଠକରେ ଏହାର ଓଏସଡି ଡକ୍ଟର ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Share post:

Popular

More like this
Related

ISKCON Jagannatha Ratha Jatra Row- Impasse Must End

TNI bureau: A deep spiritual conflict has emerged between...

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...