ବଲାଙ୍ଗୀରର ଛାତ୍ରଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀରର ଛାତ୍ରଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Date:

Insight Bureau:  ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ଆଡମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।

- Advertisement -

ସୂଚନାଯୋଗ୍ୟ ଯେ ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍‌ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା । ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା JEE Mainରେ ୯୯.୩୫ ପ୍ରତିଶତ ମାର୍କ ରଖି NIT Warangal ରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି ।

କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ଆଡ୍‌ମିଶନ ପାଇଁ ଆବଶ୍ୟକ ଅର୍ଥ ନଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିଶନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଥିଲେ । ଏହାଦ୍ବାରା ତାଙ୍କର ଆଡମିଶନ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇପାରିବ। ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

Share post:

Popular

More like this
Related

Ganjam on High Alert Amid Rise in COVID-19 Cases in Andhra Pradesh

TNI Bureau: Ganjam has been placed on high alert...

Odisha Govt approves ₹74.78 Crore Package for Kendu Leaf Workers

TNI Bureau: The Odisha government has approved a ₹74.78...

TNI Business News Beat – July 13, 2026

▶️ FPIs Turn Buyers: Foreign Portfolio Investors (FPIs) reversed...

Trump Declares U.S. as “Guardian of the Hormuz Strait,” Announces 20% Cargo Reimbursement Plan

TNI Bureau: In a dramatic announcement that could reshape...