ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତା ୨୦ ତାରିଖରେ ଢେଙ୍କାନାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ।

Insight Bureau:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ BSKY କାର୍ଡ ଏବେ ଓଡ଼ିଶାର ୩୦ ଲକ୍ଷ ପରିବାରରେ ପହଞ୍ଚିଛି । ରାଜ୍ୟର ୧୧ଟି ଜିଲ୍ଲାରେ ସ୍ମାର୍ଟ କାର୍ଡ ବିତରଣ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।

Support Independent Journalism? Keep us live.

ଆସନ୍ତା ୨୦ ତାରିଖରେ ଢେଙ୍କାନାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କର୍ମୀମାନଙ୍କ ଦ୍ବାରା ପ୍ରସ୍ତୁତି ଜୋରଦାର ହୋଇଛି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ ଢେଙ୍କାନାଳ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।

ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଢେଙ୍କାନାଳରେ ପହଞ୍ଚି ମିନି ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଉଦବୋଧନ ଦେବା ସହ ସ୍ମାର୍ଟକାର୍ଡ ବଣ୍ଟନ କରିବେ । ଏଥିସହ ସେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ।

Comments are closed.