ଓଡ଼ିଶା ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ଚିଠା ତାଲିକା ପ୍ରକାଶ

ଓଡ଼ିଶା ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ଚିଠା ତାଲିକା ପ୍ରକାଶ

Date:

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି । ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଉଛି।ତେବେ ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ୍ ଚେୟାରମ୍ୟାନ ପାଇଁ ଯଦି କିଏ ଚାହିଁବ ୧୬ ତାରିଖରେ ଆପତ୍ତି କରିପାରିବେ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

- Advertisement -

୨୧ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଦ୍ବାରା ଆପତ୍ତି ଅଭିଯୋଗର ଶୁଣାଣି କରି ସମାଧାନ କରାଯିବ। ୨୬ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ । ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ବାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ।

ସଂରକ୍ଷଣ ତାଲିକା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ । ସେ କହିଛନ୍ତି, ଆସନ୍ତା ୨୬ ତାରିଖ ସୁଦ୍ଧା ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଚୂଡାନ୍ତ କରି ରାଜ୍ୟ ସରକାର ନିର୍ବାଚନ କମିଶନଙ୍କୁ ଦେବେ। ୩୦ ତାରିଖ ଭିତରେ ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ଦେବେ । ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ। ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ଏକ ମାସରୁ ଅଧିକ ସମୟ ଲାଗିବ। ତାପରେ ନିର୍ବାଚନ ପ୍ରକ୍ରିୟାକୁ ଯିବୁ ବୋଲି ନିର୍ବାଚନ କମିଶନଙ୍କ ସଚିବ ସୂଚନା ଦେଇଛନ୍ତି ।

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...