ଲୋକାର୍ପିତ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’

ଲୋକାର୍ପିତ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’

Date:

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଟିଡିସି ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣକୁ ଆଜି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି। ଗତବର୍ଷ କରୋନା ମହାମାରୀ କଟକଣା ଭିତରେ ବି ‘ଆମ ଘର ଆମ ହାଣ୍ଡିଶାଳ’ର ପ୍ରଥମ ସଂସ୍କରଣ ରାଜ୍ୟବାସୀଙ୍କ ଦ୍ୱାରା ବହୁଳ ଆଦୃତ ହେବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଛି।

- Advertisement -

ଏହି ଦ୍ୱିତୀୟ ସଂସ୍କରଣ ପ୍ରତିଯୋଗିତାକୁ ଲୋକାର୍ପଣ କରି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ କହିଥିଲେ ଯେ, ଆମ ଓଡ଼ିଆଙ୍କ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାଣ୍ଡିଶାଳ ‘ଆନନ୍ଦ ବଜାର’ ହେଉଛି ବିଶ୍ୱର ସବୁଠୁ ବଡ଼ ହାଣ୍ଡିଶାଳ। ପାରମ୍ପରିକ ଖାଦ୍ୟକୁ ବିଶ୍ୱ ଦରବାରରେ ପହଂଚାଇବା ଲକ୍ଷ୍ୟରେ ଗତବର୍ଷ କରୋନା କାଳରେ ‘ଆମ ଘର ଆମ ହାଣ୍ଡିଶାଳ’ ପ୍ରତିଯୋଗିତାର ପରିକଳ୍ପନା କରାଯାଇଥିଲା। ଏହି ପ୍ରତିଯୋଗିଙ୍କୁ ରାଜ୍ୟପାଳ, ମୁୂଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଅନେକ ମନ୍ତ୍ରୀ, ଅଫିସର ଓ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରହିଥିବା ବ୍ୟକ୍ତିମାନେ ସହଯୋଗର ହାତ ବଢ଼ାଇଥିଲେ। ଯାହା ଏହି ପ୍ରତିଯୋଗିତାକୁ ସଫଳ ଓ ଲୋକାଦୃତ କରାଇପାରିଥିଲା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଓଡ଼ିଆ ଖାଦ୍ୟର ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଉଥିବାବେଳେ ସେ ନିଜେ ଓଡ଼ିଆଙ୍କ ନିଜସ୍ୱ ଖାଦ୍ୟ ‘ପଖାଳ’ ଖାଇବାକୁ ପସନ୍ଦ କରିଥାନ୍ତି। ଓଡ଼ିଆ ଖାଦ୍ୟର ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣ ପ୍ରକ୍ରିୟା ଆଜିଠୁ ଆରମ୍ଭ ହୋଇଛି। ଗତବର୍ଷ ଭଳି ଏଥିରେ ଅଧିକରୁ ଅଧିକ ମହିଳାମାନେ ସାମିଲ ହୋଇ ନିଜର ଦକ୍ଷତା ପ୍ରତିପାଦନ କରିବେ ବୋଲି ଆଶା।

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ କହିଥିଲେ ଯେ, ଗତବର୍ଷ କରୋନା ମହାମାରୀ ଯୋଗୁଁ ଲୋକମାନେ ଘରୁ ପଦାକୁ ଆସି ପାରୁ ନଥିବାବେଳେ ଗୃହିଣୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଓଟିଡିସି ପକ୍ଷରୁ ଓଡ଼ିଆ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା, ଯାହା ବେଶ ଆଦୃତ ହୋଇପାରିଥିଲା।ପ୍ରତିଯୋଗିତାର ସର୍ତ୍ତାବଳୀ ଗତବର୍ଷ ଯାହା ଥିଲା ଚଳିତବର୍ଷ ସମାନ ରହିଛି । ମାତ୍ର ଏଥର ସାମାନ୍ୟ ଟିକେ ପରିବର୍ତ୍ତନ ହୋଇଛି। ବିଚାରକଙ୍କ ଦ୍ଵାରା ଚୟନିତ ଶ୍ରେଷ୍ଠ ୪୦ ଜଣ ପ୍ରତିଯୋଗୀଙ୍କୁ ଏଥର ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀକୁ ନେଇ ସେମାନଙ୍କ ଖାଦ୍ୟ ପ୍ରସ୍ତୁତି ଶୈଳୀର ସୁଟିଂ କରାଯିବ। ଯାହାର ସିଧାସଳଖ ପ୍ରସାରଣ ଟିଭି ଚ୍ୟାନେଲ ମାଧ୍ୟମରେ ଦର୍ଶକ ଦେଖିପାରିବେ। ନିଜର ଖାଦ୍ୟ ଭିଡିଓ ପ୍ରସ୍ତୁତ କରି ମହିଳାମାନେ ଅନଲାଇନରେ ଆବେଦନ କରିପାରିବେ।

ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର,ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି, କମ୍ପାନୀ ସେକ୍ରେଟେରୀ ପ୍ରଶାନ୍ତ ପଣ୍ଡା, ଡିଭିଜିନାଲ ମ୍ୟାନେଜର ପ୍ରଣବ କୁମାର ଚାନ୍ଦ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ର ଓ ଅନ୍ୟ ପଦାଧିକାରୀମାନେ ଯୋଗ ଦେଇଥିଲେ।

ama ghara ama handishala season-2 ama ghara ama handishala season-2

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...