ବିଶ୍ଵ ଐତିହ୍ୟ ମାନଚିତ୍ରରେ ଶ୍ରେଷ୍ଠ ହେବ ଶ୍ରୀକ୍ଷେତ୍ର

ବିଶ୍ଵ ଐତିହ୍ୟ ମାନଚିତ୍ରରେ ଶ୍ରେଷ୍ଠ ହେବ ଶ୍ରୀକ୍ଷେତ୍ର

Date:

ଇନ୍‌ସାଇଟ୍‌ ବ୍ୟୁରୋ:  ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କ ପାଇଁ ସ୍ମରଣୀୟ ଦିନ ହୋଇ ରହିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ । ଏଥି ପାଇଁ ତିନି ଦିନ ଧରି ଯଜ୍ଞ ଅନୁଷ୍ଠିତ ହୋଇଥିଲା । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ସ୍ୱତନ୍ତ୍ର ନକ୍ସା ବାସ୍ତବ ରୂପ ଦେବ ଶ୍ରୀମନ୍ଦିରକୁ । ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି ହେବ ସବୁଜ ବଳୟ ।

- Advertisement -

ଚାରିପାଖେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ ହେବ । ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ୱତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର କରାଯିବ । ସେବାୟତ ତଥା ପୁରୁଷ ଓ ମହିଳା ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ ବ୍ୟବସ୍ଥା ରହିବ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ,ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏ.ଟି.ଏମ୍ ବ୍ୟବସ୍ଥା କରାଯିବ । ଏହି ପ୍ରକଳ୍ପରେ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଭକ୍ତଙ୍କ ପରିକ୍ରମା ନିମନ୍ତେ ଅନ୍ତଃ ଓ ବାହ୍ୟ ପ୍ରଦକ୍ଷଣ ପଥ ଚାରିପାଖରେ ଥିବା ମଠ ଓ ମନ୍ଦିରର ପୁନଃବିକାଶ ସହ ରଥଯାତ୍ରା ସମୟରେ ବ୍ୟବହାର ପାଇଁ ସ୍ୱତନ୍ତ୍ର ପ୍ରଦକ୍ଷଣ ପଥ ରହିବ । ୬ ହଜାର ଭକ୍ତଙ୍କ ସୁବିଧା ପାଇଁ ଅଭ୍ୟର୍ଥନା ପ୍ରକୋଷ୍ଠ ସହ ପଶ୍ଚିମ ଓ ଦକ୍ଷିଣ ପାଶ୍ୱର୍ରେ ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳୀ ମଧ୍ୟ ରହିବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରୁ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ ପ୍ରକ୍ରିୟା । ପ୍ରାୟ ୯୬ ପ୍ରତିଶତ ସରିଛି ଜମି ଅଧିଗ୍ରହଣ କାମ ସରିଛି ।

ପୁରୀ ସହିତ ବିଶ୍ବକୁ ଯୋଡିବା ତଥା ଭକ୍ତ-ଭଗବାନଙ୍କ ମଧ୍ୟରେ ଦୂରତା ହ୍ରାସ କରି ଶ୍ରୀକ୍ଷେତ୍ରକୁ ସର୍ବଶ୍ରେଷ୍ଠ ଧାର୍ମିକ ତଥା ଐତିହ୍ୟ କ୍ଷେତ୍ରରେ ପରିଣତ କରିବା ଲାଗି ଗୁରୁତ୍ବପୂର୍ଣ୍ଣ ୩୩୧ କୋଟିରୁ ଅଧିକ ଟଙ୍କାର ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ପରିକ୍ରମା ଯୋଜନା ପାଇଁ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ମେଗା ପ୍ରକଳ୍ପ । ଏଥି ପାଇଁ ରାଜ୍ୟ ସରକାର ପୂର୍ବରୁ ବଜେଟ ଅନୁମୋଦନ କରିସାରିଥିଲେ ।

ଶିଳାନ୍ୟାସ ପରେ ପରିକ୍ରମା ମାର୍ଗ ନିର୍ମାଣ କାମ ଆରମ୍ଭ କରିବ ଟାଟା ପ୍ରକଳ୍ପ । ୧୮ ମାସ ମଧ୍ୟରେ କାମ ସାରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ୩୩୧କୋଟି ୩୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ଏହି ପ୍ରକଳ୍ପ ପାଇଁ । ଶ୍ରୀମନ୍ଦିର ଚାରିପାଖ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ପ୍ରତିଷ୍ଠା ହେବ ପରିକ୍ରମା ମାର୍ଗ ଏବଂ ଏଥିପାଇଁ ଉଚ୍ଛେଦ ପ୍ରକ୍ରିୟା ପ୍ରାୟ ୯୫ ପ୍ରତିଶତ ଶେଷ ହୋଇ ସାରିଛି ।
ଶ୍ରୀମନ୍ଦିର ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରିଥିଲେ । ଶ୍ରୀକ୍ଷେତ୍ରବାସୀ ସ୍ୱଇଚ୍ଛାରେ ଜମି ଦେଇଥିଲେ । ସଂସ୍କୃତି ପ୍ରେମୀ, ଐତିହାସିକ, ବିଭିନ୍ନ ଧର୍ମାବଲମ୍ବୀ, ପର୍ଯ୍ୟଟକଙ୍କୁ ଶ୍ରୀଜଗନ୍ନାଥ ମନସ୍କ ରହିବ ।

Shilanyas done for the shrimandir parikrama project in puriShilanyas done for the shrimandir parikrama project in puri Shilanyas done for the shrimandir parikrama project in puri Shilanyas done for the shrimandir parikrama project in puri Shilanyas done for the shrimandir parikrama project in puri Shilanyas done for the shrimandir parikrama project in puri Shilanyas done for the shrimandir parikrama project in puri

Share post:

Popular

More like this
Related

Bhubaneswar Fights Air Pollution With New Technology

TNI bureau: Bhubaneswar has installed revolutionary WARO C6 devices...

ISKCON Rejects Gajapati Maharaja’s Appeal on Overseas Ratha Jatra Dates

TNI Bureau: The long-standing theological and cultural debate over...