ମେ ୨୭ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ

ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ ।

Insight Bureau: ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ ବୋଲି ଆଶଙ୍କା ରହିଛି  । ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କିନ୍ତୁ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା ସ୍ପଷ୍ଟ କରିନି ବିଭାଗ ।

ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଥାଏ । ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ତେବେ ଏହା ଚାଷୀ ମାନଙ୍କ ପାଇଁ ଖୁସି ଖବର ।

Support Independent Journalism? Keep us live.

ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ ପ୍ରତିବର୍ଷ । ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ ମୌସୁମୀ । ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ସମ୍ଭାବନା ରହିଛି । ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ । ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହୋଇପାରେ । ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା’ରୁ ଅଧିକ ବର୍ଷା ହୋଇପାରେ ।

ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ ।

Comments are closed.